Jul 27, 2024, 18:11 IST

ପ୍ରବଳ ବନ୍ୟାରେ ବୁଡିଲାଣି ୩ ଜିଲ୍ଲା ଦେଖନ୍ତୁ ଆସିଲା ବହୁତ୍ ବଡ଼ ଖବର ଏହିସବୁ ଜିଲ୍ଲାକୁ ମିଳିଲା ସତର୍କ ସୂଚନା

Hh

ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ଲଘୁଚାପ ନେଇ ୧୩ ଜିଲ୍ଲାକୁ ଚିଠି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର। ଲଘୁଚାପ ବର୍ଷାରେ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ଉପୁଜିପାରେ ତେଣୁ ଉତ୍ତର ଓଡ଼ିଶା ସହ ୧୩ ଜିଲ୍ଲାକୁ ସଜାଗ ରହିବାକୁ SRC ନିର୍ଦ୍ଦେଶ ଦେଇଛନ୍ତି। ପ୍ରତି ଜିଲ୍ଲା ସ୍ତରରେ ପ୍ରସ୍ତୁତ ରହିବା ନେଇ ଅବଗତ କରିବାକୁ ନିର୍ଦ୍ଦେଶ ମିଳିଛି। ୧୩ ଜିଲ୍ଲାଗୁଡିକ ମଧ୍ୟରେ ରହିଛି ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା।
Hh
ଏବଂ କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳ। ଅନ୍ୟପଟେ, ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହୋଇପାରେ। ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରାଯାଉଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। 
Bb
ଜିଲ୍ଲା ଗୁଡିକ ମଧ୍ୟରେ ରହିଛି- ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା କଟକ, ବରଗଡ଼, ସମ୍ବଲପୁର, ଦେଓଗଡ ଏବଂ ଅନୁଗୋଳ। ଆକଳନ ଅନୁଯାୟୀ ପ୍ରାୟ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ଏହିସବୁ ଜିଲ୍ଲାରେ ରେକର୍ଡ ହୋଇପାରେ। ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ମୟୂରଭଂଜ, ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର।
ଏବଂ ବାଲେଶ୍ୱର, ଯାଜପୁର, ଝାରସୁଗୁଡା, ନୟାଗଡ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡା। ରବିବାର ପାଇଁ ମଧ୍ୟ ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାର କିଛି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ରେକର୍ଡ ହୋଇପାରେ।

Advertisement