May 31, 2024, 17:09 IST

କାନ୍ଦି କାନ୍ଦି ମୁଖ୍ୟମନ୍ତ୍ରୀ ଦେଲେ ଏତିକି ଲକ୍ଷ ଟଙ୍କା ସାହାର୍ଯ୍ୟ ଦେଖନ୍ତୁ ମୁଖ୍ୟମନ୍ତ୍ରୀଙ୍କ ଏମିତି କାମକୁ ସମସ୍ତେ ଦେଲେ ସାବାସି

Gg

ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ପୁରୀରେ ମହାପ୍ରଭୁଙ୍କ ଚାପ ଖେଳ ବେଳେ ଘଟିଛି ଅଘଟଣ। ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଭଉଁରି ଖେଳ ବେଳେ ବାଣ ବିସ୍ଫୋରଣ ଘଟି ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୩୦ରୁ ଅଧିକ ଗୁରୁତର ହୋଇ କଟକ ଓ ଭୁବନେଶ୍ୱରର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ଅଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ୧୫ ବର୍ଷୀୟ ନାବାଳକ ଥିବା ଜଣାଯାଇଛି। ଗତ ରାତିରେ ମହାପ୍ରଭୁଙ୍କ ଭଉଁରୀ ନୀତି ଚାଲିଥିବା ସମୟରେ ନୀତି ଦେଖିବାପାଇଁ ଲୋକଙ୍କ ପ୍ରବଳ ସମାଗମ ହୋଇଥିଲା। 
Fg
ଏହି ସମୟରେ ଦେବୀଘାଟ ନିକଟ ଦସତୁଠ ନିକଟରେ ବାଣ ବିସ୍ଫୋରଣ ହୋଇଥିଲା। ଏଥିଯୋଗୁ ନିଆଁ ହୁଳା ଉପସ୍ଥିତ ଲୋକଙ୍କ ଉପରେ ପଡ଼ିବାରୁ ସେମାନେ ପ୍ରାଣ ବିକଳରେ ଏଣେତେଣେ ଦୌଡ଼ିବାକୁ ଲାଗିଲେ। ଅନେକ ଲୋକ ଜୀବନ ବଞ୍ଚାଇବା ପାଇଁ ପାଣିକୁ ମଧ୍ୟ ଡେଇଁ ପଡିଥିଲେ । ବାଣ ପଡ଼ି ସେଠାରେ ଉପସ୍ଥିତ ପ୍ରାୟ ୩୦ ଜଣ ଆତହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। 
Gg
କିନ୍ତୁ ସେଠାରେ ବର୍ଣ୍ଣ ୟୁନିଟ୍ ନଥିବାରୁ ଗୁରୁତରଙ୍କୁ କଟକ ବଡ଼ ମେଡିକାଲ ଏବଂ ଭୁବନେଶ୍ୱର ଓ କଟକର ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ବାଣ ଫୁଟି ପୋଡ଼ି ଯାଇଥିବା ବ୍ୟକ୍ତିଙ୍କ ମଧ୍ୟରେ କିଛି ଛୋଟ ପିଲା ମଧ୍ୟ ଅଛନ୍ତି। କଟକରେ ଜଣେ ୧୫ ବର୍ଷୀୟ ନାବାଳକ ଓ ଭୁବନେଶ୍ୱରର ଦୁଇଟି ଘରୋଇ ହସ୍ପିଟାଲରେ ଦୁଇ ଜଣ ଆଖି ବୁଜିଛନ୍ତି। ଗତ ରାତିରେ ଏପରି ଅଚାନକ ବାଣ ଫୁଟିବାରୁ ହସଖୁସିର ପରିବେଶ ହଠାତ୍‌ କାନ୍ଦବୋବାଳିରେ ଫାଟି ପଡ଼ିଥିଲା। 
ସମ୍ପର୍କୀୟମାନେ ଆହତଙ୍କୁ ଧରି ଏଣେତେଣେ ଦୌଡ଼ୁଥିବା ଦେଖିବାକୁ ମିଳିଥିଲା। ପୁରୀ ବାଣ ବିସ୍ଫୋରଣ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତେବେ ବନ୍ଧୁଗଣ ପୁରୀ ବାଣ ବିସ୍ଫୋରଣ ଆହାତମାନଙ୍କୁ ଭେଟିବା ପାଇଁ ମେଡିକାଲରେ ପହଂଚିଲେ ମୁଖ୍ୟମନ୍ତ୍ରୀ। ଘୋଷଣା କଲେ ସହାୟତା ରାଶି। ମୃତକଙ୍କ ପରିବାରକୁ ୪ ଲକ୍ଷଙ୍କ ସହାୟତା ରାଶି ଘୋଷଣା କରି କାନ୍ଦିଲେ ମୁଖ୍ୟମନ୍ତ୍ରୀ।

Advertisement