ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତେକ ସମୟରେ ପାଣିପାଗକୁ ନେଇ ଖବର ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ

ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ। ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି।
ତେବେ ବନ୍ଧୁଗଣ ଆସନ୍ତାକାଲି ଘନକୁହୁଡ଼ି ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରିକଲା ପାଣିପାଗ ବିଭାଗ। ଗତ ତିନି ଦିନ ହେଲା ରାଜ୍ୟରେ ପାଗରେ କୌଣସି ପରିବର୍ତ୍ତନ ଦେଖାଦେଇନାହିଁ।

ରାତିରେ ସାମାନ୍ୟ ଥଣ୍ତା ଅନୁଭୂତ ହେଉଥିବା ଦେଖିବାକୁ ମିଳୁଛି। ତେବେ ଏମିତିକା ତାପମାତ୍ରା ଆସନ୍ତାକାଲି ପର୍ୟ୍ୟନ୍ତ ରହିବ। ସେହିପରି ଆସନ୍ତା କାଲି ଘନକୁହୁଡି ଦେଖିବାକୁ ମିଳିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।
ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘନକୁହୁଡ଼ି ନେଇ ରାଜ୍ୟର ୧୨ ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ ବିଭାଗ ସୂଚନା ଅନୁଯାୟୀ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ସୁବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ କନ୍ଧମାଳ ଜିଲ୍ଲାରେ ଘନକୁହୁଡ଼ି ଦେଖାଯିବ।
ଏସବୁ ଜିଲ୍ଲାରେ ଘନକୁହୁଡ଼ିର ଭିଜିବିଲିଟି ୫୦ ରୁ ୨୦୦ ମିଟର ରହିବ। ତେବେ ଆଗାମୀ ୨୪ ଘଣ୍ଟାରେ ରାତିର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ବର୍ତ୍ତମାନ ଦିନ ଓ ରାତିର ତାପମାତ୍ରାରେ କୌଣସି ପରିବର୍ତ୍ତନ ହୋଇନାହିଁ।
ତେବେ ବନ୍ଧୁଗଣ, ପଶ୍ଚିମ ଓଡ଼ିଶାରେ ଦିନର ତାପମାତ୍ରା ସାମାନ୍ୟ ଅଧିକ ରହିବ। ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲାର ତାପମାତ୍ରା ସାମାନ୍ୟ ହ୍ରାସ ହେବାର ସମ୍ଭାବନା ରହୁଛି ବୋଲି ପାଣିପାଗ ବିଜ୍ଞାନୀ କହିଛନ୍ତି।