ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସୋସିଆଲ ମିଡିଆରେ ପ୍ରତ୍ୟେକ ସମୟ କିଛି ନା କିଛି ଖବର ବା ଭିଡିଓ ଦେଖିବାକୁ ମିଳିଥାଏ। ତେବେ ବନ୍ଧୁଗଣ ଆମ ସମାଜରେ ଯାହାବି କିଛି ଘଟଣା ଗୁଡିକ ହୋଇଥାଏ ତାହାକୁ ଆମେ ସୋସିଆଲ ମିଡିଆ ମାଧ୍ୟମରେ ଜାଣିପାରୁ।
ଆଜିକାଲି ଛୋଟ ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କ ବ୍ୟକ୍ତିଙ୍କ ପର୍ଯ୍ୟନ୍ତ ସମସ୍ତେ ଅନ୍ଲାଇନ୍ ସହ ଯୋଡିତ ରହୁଛନ୍ତି। କେତେବେଳେ ଏହି ସୋସିଆଲ ମିଡ଼ିଆ ସମାଜ ଉପରେ ଭଲ ପ୍ରଭାଵ ପକାଉଛି।
ତ ଆଉ କେତେବେଳେ ଏହା ସମାଜ ଉପରେ ମଧ୍ଯ ଖରାପ୍ ପ୍ରଭାଵ ପକାଉଛି। ଆଜିକାଲି ସୋସିଆଲ ମିଡିଆ ପାଇଁ କିଛି ଘଟଣା ଅଛପା ହୋଇ ରହୁନାହିଁ। ଯାହା କିଛି ଘଟୁଛି ତାହା କ୍ଷଣିକ ମଧ୍ୟରେ ହିଁ ସୋସିଆଲ ମିଡ଼ିଆ ରେ ଦେଖିବାକୁ ମିଳିଥାଏ।
ତେବେ ବନ୍ଧୁଗଣ ପୁରୀ କୃଷ୍ଣପ୍ରସାଦରେ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କ୍ରମରେ ମୁଖ୍ୟମନ୍ତ୍ରୀଙ୍କ ୩ଟି ଦସ୍ତଖତ କଥା କହିଛନ୍ତି। କହିଛନ୍ତି, ପୁରୀବାସିନ୍ଦାଙ୍କ ଆଶୀର୍ବାଦ ହେଲେ ଏଠାରୁ ବିଜେଡିର ବିଧାୟକ ଓ ସାଂସଦ ପ୍ରାର୍ଥୀ ଜିତିବେ।
ଜୁନ୍ ୯ରେ ପୁଣିଥରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁଣିଥରେ ଶପଥ ଗ୍ରହଣ କରିବେ। ଶପଥ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ୩ଟି ଦସ୍ତଖତ କରିବେ। ପ୍ରଥମରେ ମାଗଣା ବିଜୁଳି ବିଲ୍ ଉପରେ ଦସ୍ତଖତ କରିବେ
ଜୁଲାଇଠାରୁ ଆଉ ବିଜୁଳି କନଜ୍ୟୁମରଙ୍କ ଘରକୁ ବିଦ୍ୟୁତ ବିଲ୍ ଆସିବନି। ଦ୍ୱିତୀୟରେ ବିଏସକେୱାଇ କାର୍ଡ ଯୋଜନା, ଯେଉଁଥିରେ ବାକି ରହିଯାଇଥିବା ପ୍ରତି ପରିବାରକୁ ବିଜୁ ସ୍ୱାସ୍ଥ୍ୟ କାର୍ଡ ଯୋଗାଇଦିଆଯିବ।
ତୃତୀୟ ଦସ୍ତଖତ କରି ମିଶନ ଶକ୍ତି ମା’ଙ୍କର ବହୁ ଦିନର ଇଚ୍ଛାକୁ ପୂରଣ କରିବେ। ଏବଂ ପାଣ୍ଡିଆନ୍ କହିଛନ୍ତି, ବହୁ ଦିନରୁ ମିଶନ ଶକ୍ତି ମା’ଙ୍କର ଦାବି ଥିଲା ସେମାନଙ୍କୁ ଭତ୍ତା ମିଳୁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜୁନ୍ ୯ ତାରିଖରେ ଶପଥ ନେବା ପରେ
ସେମାନଙ୍କର ଏହି ଇଚ୍ଛାକୁ ପୂରଣ କରିବେ। ମିଶନ ଶକ୍ତି ଗ୍ରୁପର ମା’ ମାନଙ୍କୁ ୬୦ ବର୍ଷ ପରେ ପେନସନ୍ ମିଳିବ ବୋଲି ପ୍ରଚାର ମଞ୍ଚ ଉପରୁ ପ୍ରତିଶ୍ରୁତି ଦେଇଛନ୍ତି ଭିକେ ପାଣ୍ଡିଆନ୍।