Jul 29, 2024, 16:21 IST

ଆସିଲା ଭୟଙ୍କର ବର୍ଷା ସାବଧାନ ରୁହ ଏହିସବୁ ଜିଲ୍ଲା ଦେଖନ୍ତୁ କେଉଁ କେଉଁ ଜିଲ୍ଲାକୁ ହେଲା ସତର୍କ ସୂଚନା

Gy

ନମସ୍କାର ବନ୍ଧୁଗଣ। ବନ୍ଧୁଗଣ ଲଘୁଚାପ ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା। ଗୋଟିଏ ପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି, ଅନ୍ୟପଟେ ଉତ୍ତର ଓଡ଼ିଶା ଉପକୂଳକୁ ଲାଗି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଯୋଗୁ ଆଗାମୀ ୩୧ ଯାଏଁ ରାଜ୍ୟ ତମାମ ବର୍ଷାର ପ୍ରଭାବ ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଆଗାମୀ ୨୪ ଘଣ୍ଟା ଭିତରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। 
Hh
ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଖୋର୍ଦ୍ଧା, ଅନୁଗୋଳ, ନୟାଗଡ଼, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। 
Ii
ଏହାଛଡ଼ା ଝାରସୁଗୁଡ଼ା, ସମ୍ୱଲପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ ଓ କଟକ ଜିଲ୍ଲାରେ ବଜ୍ରପାତ ଏବଂ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୋମବାର ରାଜ୍ୟର ଅନେକ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷାହେବାର ସମ୍ଭାବନା ରହିଛି। ନୂଆପଡ଼ା, ‍ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼, କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 
ମଙ୍ଗଳବାର ମଧ୍ୟ ପ୍ରବଳ ବର୍ଷା ନେଇ କୌଣସି ପୂର୍ବାନୁମାନ ନାହିଁ। କିଛି କେତେକ ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏବଂ ବୁଧବାର ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କୋରାପୁଟ, ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବାକି ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisement