Jun 22, 2024, 16:42 IST

ଓଡ଼ିଶାରେ ଆସିଲା ମୌସୁମୀ ଦେଖନ୍ତୁ ଏହିସବୁ ଜିଲ୍ଲାରେ ହେବ ପ୍ରବଳ ବର୍ଷା

Hh

ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ଦୀର୍ଘଦିନ ଧରି ଯେଉଁ ପ୍ରଚଣ୍ଡ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଥିଲା ସେଥିରୁ ଆଶ୍ବସ୍ତି ମିଳିଛି। ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବେଶ କରିଛି ମୌସୁମୀ। ଆଗାମୀ ୨ ଦିନ ଯାଏ କିଛି ଅଞ୍ଚଳରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣପାଗ ବିଭାଗ। ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ତେବେ ଅଗ୍ରସର ହେଲା ମୌସୁମୀ। 
Hh
ଓଡ଼ିଶାର ୨୪ଟି ଜିଲ୍ଲାକୁ ଛୁଇଁବା ସହ ଅଧିକ ଅଗ୍ରସର ହେଉଛି ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ବାୟୁ ଅଗ୍ରସର ନେଇ ପାଣିପାଗ ଅନୁକୂଳ ରହିଛି। ଦିନେ, ଦୁଇଦିନ ଭିତରେ ସାରା ରାଜ୍ୟକୁ ଛୁଇଁବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା କରାଯାଇଛି। ଆଗାମୀ ୨୪ ଘଣ୍ଟା ରାଜ୍ୟର ବିଭିନ୍ନ ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବ। ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। 
Bb
ଗଞ୍ଜାମ, ଖୋର୍ଦ୍ଧା, ମୟୁରଭଞ୍ଜ, ଗଜପତି, ନୟାଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୨ ତାରିଖରେ କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ। ୨୩ ଓ ୨୪ ତାରିଖରେ ବର୍ଷାର ପରିମାଣ କିଛି ମାତ୍ରାରେ କମ ରହିବ। ୨୫ ତାରିଖରୁ ପୁଣି ଥରେ ବଢ଼ିବ ବର୍ଷା ପରିମାଣ। ସେପଟେ ୨୬ରେ ଘୂର୍ଣ୍ଣିବଳୟ, ୨୭ କିମ୍ବା ୨୮ ରେ ହୋଇପାରେ ଲଘୁଚାପ। ଏହାର ପ୍ରଭାବରେ ଜୁନ୍ ଶେଷ ବେଳକୁ ପୁଣି ବଢ଼ିବ ବର୍ଷା। 
କଳାହାଣ୍ଡି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ଅନୁଗୁଳ,ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା,ନୟାଗଡ଼,ଗଞ୍ଜାମ ଓ ଗଜପତି ରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ୨୯ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ଗତ ୨୪ ଘଣ୍ଟାରେ ୮ ଟି ସହରରେ ପ୍ରବଳ ବର୍ଷା ହୋଇଛି।

Advertisement