Updated: Sep 14, 2024, 18:19 IST

ମାଡ଼ି ଆସୁଛି ବାତ୍ୟା ଦେଖନ୍ତୁ କେଉଁ କେଉଁ ସ୍ଥାନ ହେବେ ପ୍ରଭାବିତ

Gg

ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ଆକଳନ ଅନୁଯାୟୀ ଶନିବାର ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୨୧ ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ତେବେ ଲଘୁଚାପ ପ୍ରଭାବରେ ଶନିବାର ମୟୁରଭଞ୍ଜ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲ୍ଲାପାଳ ଶନିବାର ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣପୂର୍ବ ବାଂଲାଦେଶ ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। 
Tt
ଲଘୁଚାପଟି ପଶ୍ଚିମ-ଉତ୍ତର ଦିଗରୁ ଦକ୍ଷିଣ-ଉତ୍ତର ଦିଗରେ ଅଗ୍ରସର ହେବା ସହିତ ଅବପାତରେ ପରିଣତ ହୋଇ ଶୁକ୍ରବାର ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳକୁ ଛୁଇଁବ। ଏହା ପ୍ରଭାବରେ ଉତ୍ତର ଓଡ଼ିଶାରେ ଶୁକ୍ରବାରରୁ ଶନିବାର ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ସେହିଭଳି କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ତେବେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି। ଏହାର ପ୍ରଭାବରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। 
Gv
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ମୟୂରଭଞ୍ଜ ଜିଲ୍ଲାରେ ଆସନ୍ତାକାଲି ବନ୍ଦ ରହିବ ସମସ୍ତ ସ୍କୁଲ୍‌। ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍‌ଗୁଡ଼ିକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆସନ୍ତାକାଲି ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏହାକୁ ଦୃଷ୍ଟି ରଖି ଜିଲ୍ଲାପାଳ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି। 
ମୟୂରଭଞ୍ଜ ଜିଲ୍ଲାକୁ ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୧୫ ତାରିଖ ସାଢ଼େ ୮ଟା ପର୍ଯ୍ୟନ୍ତ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ୧୫ ତାରିଖ ସକାଳ ସାଢ଼େ ୮ଟାରୁ ୧୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ।

Advertisement