Apr 9, 2024, 20:01 IST

ପାଣିପାଗ ବିଭାଗ ତରଫରୁ ମିଳିଲା ସତର୍କ ସୂଚନା ଦେଖନ୍ତୁ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଏବେଠାରୁ ରୁହନ୍ତୁ ସାବଧାନ

Gg

ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଆଉ ଗ୍ରୀଷ୍ମ ପ୍ରବାହରୁ ସାମାନ୍ୟ ଆଶ୍ବସ୍ତି ଦେଉଛି କାଳବୈଶାଖି। ରାଜ୍ୟର ବିଭିନ୍ନ ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ଆଲର୍ଟ ଦେଇଛି ପାଣିପାଗ ବିଭାଗ।
ବନ୍ଧୁଗଣ କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ତାତିରୁ ମିଳିଛି ତ୍ରାହି। ଫଳରେ ଅଧିକାଂଶ ସ୍ଥାନରେ ତାପମାତ୍ରା ୩୦ ଡିଗ୍ରୀ ତଳେ ରହୁଥିବା ରେକର୍ଡ କରାଯାଇଛି। ତେବେ ଆହୁରି ଦୁଇରୁ ତିନି ପର୍ଯ୍ୟନ୍ତ ରାଜ୍ୟରେ ଏହିଭଳି ପାଗ ରହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି।
Gh
ଆଜି ପାଇଁ ୧୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଆସନ୍ତା ୧୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି।ସେଭଳି ୧୧ ତାରିଖରୁ ତାପମାତ୍ରା ପୁଣି ୨ରୁ ୩ ଡିଗ୍ରୀ ବଢିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ୨ ଦିନ ରାଜ୍ୟର କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। 
ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ହାଲକା ପବନ ବହିବା ନେଇ ସୂଚନା ରହିଛି। ଗତକାଲି ସନ୍ଧ୍ୟାରେ ଟୁଇନ ସିଟି ସମେତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବା ଫଳରେ ପ୍ରାୟ ୭ଦିନ ଧରି ଖରାରେ ଆଉଟୁ ପାଉଟୁ ହେଉଥିବା ଲୋକଙ୍କୁ ତାତିରୁ ତ୍ରାହି ମିଳିଛି।
Bb
ସେପଟେ ଗଛମୂଳେ ଆଶ୍ରୟ ନେଇଥିବା ବେଳେ ପ୍ରାଣ ନେଇଛି ବଜ୍ରପାତ। ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଅସରଡା ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା। ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। 
ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ଆସନ୍ତା ଦୁଇଦିନ ପାଇଁ ୟେଲୋ ୱାର୍ଣ୍ଣି ଜାରି କରିଛି। ୯, ୧୦, ୧୧ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି,
କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ତେବେ ଦୁଇ ଦିନ ପରେ ତାପମାତ୍ରା ବଢ଼ିବା ନେଇ ପାଣିପାଗ ବିଭାଗ ଆକଳନ କରିଛି।

Advertisement