Updated: Mar 22, 2024, 03:00 IST

କେବଳ ଏହି ଗୋଟିଏ କାରଣ ପାଇଁ ମୁଖ୍ୟମନ୍ତ୍ରୀ ଗଲେ ଜେଲ ଦେଖନ୍ତୁ ସାମ୍ନାକୁ ଆସିଲା ବଡ ସତ - Exclusive

Viral

ନମସ୍କାର ବନ୍ଧୁଗଣ। ବନ୍ଧୁଗଣ ଦିଲ୍ଲୀ ମ-ଦ ଦୁ-ର୍ନୀ-ତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗିରଫ ହୋଇଛନ୍ତି। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଏକ ଟିମ୍ ଗୁରୁବାର ସନ୍ଧ୍ୟାରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘରେ ରେଡ କରିଥିବା ବେଳେ ପ୍ରାୟ ଦୁଇ ଘଣ୍ଟା ପରେ ତାଙ୍କୁ ଗିରଫ କରିଛି। 
Viral
ଅବକାରୀ ଦୁ-ର୍ନୀ-ତି ସହ ଜଡ଼ିତ ମାମଲାରେ ଇଡି ଟିମ୍ ସର୍ଚ୍ଚ ଓ୍ବାରେଣ୍ଟ୍ ସହ କେଜ୍ରିୱାଲଙ୍କ ବାସଭବନରେ ଗୁରୁବାର ସନ୍ଧ୍ୟାରେ ପହଞ୍ଚି ପଚରା ଉଚୁରା କରୁଥିଲା। 
ଦୁଇ ଘଣ୍ଟାର ଜେରା ପରେ ଇଡିର ଅଧିକାରୀମାନେ କେଜ୍ରିୱାଲଙ୍କୁ ଗିରଫ କରିଛନ୍ତି। ଗିରଫ ପୂର୍ବରୁ ଇଡି ଅରବିନ୍ଦ କେଜ୍ରିୱାଲଙ୍କ ମୋବାଇଲ ଫୋନ ଜବତ କରିଥିଲା।
ଦିଲ୍ଲୀ ଅବକାରୀ ନୀତିକୁ ନେଇ କେଜ୍ରିୱାଲଙ୍କୁ ଇଡି ୯ଥର ସମନ ଜାରି କରିଥିଲା କିନ୍ତୁ କେଜ୍ରିୱାଲ ଇଡିରେ ହାଜର ହୋଇନଥିଲେ। ଅନ୍ୟପଟେ କୋର୍ଟ ଆଜି ଇଡିକୁ କହିଥିଲେ ଯଦି କେଜ୍ରିୱାଲଙ୍କ ବିରୁଦ୍ଧରେ ଆପଣଙ୍କ ପାଖରେ କୌଣସି ଠୋସ୍ ପ୍ରମାଣ ଅଛି ତେବେ ଆପଣ ତାହା ଦେଖାନ୍ତୁ। 
Arvind
ଏହାର ଉତ୍ତରରେ ଇଡି କହିଛି ଯାଞ୍ଚ ସମ୍ବନ୍ଧିତ ସାମଗ୍ରୀ ଏପରି କୋର୍ଟରେ ଆମେ ସର୍ବସମ୍ମୁଖରେ ରଖି ପାରିବୁ ନାହିଁ। କୋର୍ଟ କହିଛନ୍ତି ଆଇନ କେଜ୍ରିୱାଲ ଓ ସାଧାରଣ ଜନତାଙ୍କ ଲାଗି ସମାନ ଅଟେ।
ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଏପ୍ରିଲ ୨୨ ତାରିଖରେ ହେବ ବୋଲି ହାଇକୋର୍ଟ କହିଥିବା ବେଳେ କେଜ୍ରିୱାଲଙ୍କୁ ଇଡି ଗିରଫ କରିଛି। ପ୍ରିଭେନସନ ଅଫ ମନି ଲଣ୍ଡରିଂ ଆକ୍ଟର ଧାରା ୫୦ ଅନୁଯାୟୀ ତାଙ୍କ ବୟାନ ରେକର୍ଡ କରାଯାଇଥିଲା। 
ପ୍ରଥମେ କେଜ୍ରିୱାଲ ଓ ତାଙ୍କ ପରିବାର ଲୋକଙ୍କ ଫୋନକୁ ମଧ୍ୟ ଇଡି ଜବତ କରି ନିଆଯାଇଥିଲା। ଏହାପରେ ଦୁଇ ଘଣ୍ଟା କାଳ ତାଙ୍କୁ ପ୍ରଶ୍ନ ପଚରା ଯାଇଥିଲା। ପ୍ରାୟ ୨ ଘଣ୍ଟାର ଜେରା ପରେ କେଜ୍ରିୱାଲଙ୍କୁ ଇଡି ଗିରଫ କରିଛି।
ଅନ୍ୟପଟେ ଇଡି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିବା ପରେ ଦିଲ୍ଲୀ, ପଞ୍ଜାବ ଓ ହରିଆଣାରେ ମଧ୍ୟ ବିକ୍ଷୋଭ ଆରମ୍ଭ ହୋଇ ଯାଇଛି। କେଜ୍ରିୱାଲଙ୍କ ବାସଭବନ ଆଗରେ ଆପ କର୍ମୀମାନେ ବିକ୍ଷୋଭ କରୁଥିବା ବେଳେ ପୁଲିସ୍‌ ତାଙ୍କୁ ଉଠାଇ ନେଇଛି।

Advertisement