ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ସାଧାରଣତଃ ଅଗଷ୍ଟ ମାସରେ ମୌସୁମୀ ସକ୍ରିୟ ରହିବା ଯୋଗୁଁ ସର୍ବୋଚ୍ଚ ତାପମାତ୍ରା ୩୨ରୁ ୩୫ ଡିଗ୍ରୀ ଭିତରେ ରହିଥାଏ। ମୌସୁମୀ ବାୟୁ ପ୍ରଭାବରେ ବର୍ଷା ହେବା ଦ୍ବାରା ଅଗଷ୍ଟ ମାସରେ ତାପମାତ୍ରା ହ୍ରାସ ପାଇଥାଏ।
ତେଣୁ ଏହି ମାସରେ କମ୍ ଗରମ ଅନୁଭୂତ ହୋଇଥାଏ। ମୌସୁମୀ ସମୟରେ ବାୟୁରେ ଆର୍ଦ୍ରତା ରହୁଥିବାରୁ ଜଳୀୟ ବାଷ୍ପ ଅଧିକ ରହିଥାଏ। ତେଣୁ ଅସ୍ବାଭାବିକ ସ୍ଥିତି ଅନୁଭୂତ ହୁଏ। କେବଳ ଓଡ଼ିଶା ନୁହେଁ ବର୍ତ୍ତମାନ ସାରା ଦେଶରେ ମୌସୁମୀ ନିଷ୍କ୍ରିୟ ରହିଛି।

ତେବେ ବନ୍ଧୁଗଣ ପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ଆଜି ଦକ୍ଷିଣ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହି ଘୂର୍ଣ୍ଣିବଳୟ ସହ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟଟି ମିଶିଛି। ଫଳରେ ଏହାର ପ୍ରଭାବରେ ରାଜ୍ୟରେ ଆଗକୁ ବର୍ଷା ବଢିପାରେ ବୋଲି ଅନୁମାନ କରାଯାଉଛି । ତେବେ ମଙ୍ଗଳବାର ଦିନ ସୁନ୍ଦରଗଡ଼, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ।
ଏବଂ କେନ୍ଦୁଝର, ଦେବଗଡ଼, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଯାଜପୁର, କେନ୍ଦ୍ରାପଡ଼ା, ବାଲେଶ୍ବର, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡ଼ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସମ୍ଭାବନା ରହିଛି। ସୂଚନା ଅନୁଯାୟୀ, ଆଜି ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସମ୍ଭାବନା ରହିଛି।

ତେଣୁ ଏହିସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି। ସେହିଭଳି ବୁଧବାର ଦିନ କେନ୍ଦୁଝର, ମୟୂରଭଞ୍ଜ ଝାରସୁଗୁଡ଼ା, ସମ୍ବଲପୁର ଓ ଅନୁଗୁଳ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହିସବୁ ଜିଲ୍ଲାକୁ ମଧ୍ଯ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ସୁବର୍ଣ୍ଣପୁର, ବୌଦ୍ଧ, ବଲାଙ୍ଗୀର,ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼ ଓ ବରଗଡ଼ରେ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ।