Sep 23, 2023, 09:44 IST

ବହୁତ୍ ଦିନ ପରେ ଲୋକପ୍ରିୟ ଯୋଡ଼ି ଅନୁଭବ ବର୍ଷା ଙ୍କ ମାମଲାରେ ଆସିଲା ବଡ ଖବର ଦେଖନ୍ତୁ ହଠାତ୍ ମିଳିଲା ଏହି ଅର୍ଡର

Special report

ନମସ୍କାର ପାଠକ ବନ୍ଧୁ। ବନ୍ଧୁଗଣ ବହୁ ଚର୍ଚ୍ଚିତ ଅନୁଭବ ବର୍ଷା ପାରିବାରିକ ବିବାଦ ମାମଲା। ପାରିବାରିକ ଅଦାଲତରେ ଶେଷ ହେଲା ମାମଲା। ବିବାହ ବିଚ୍ଛେଦକୁ ଅଗ୍ରାହ୍ୟ କଲେ କଟକ ପରିବାର ଅଦାଲତ। ଅନୁଭବ ମହାନ୍ତି କରିଥିଲେ ବିବାହ ବିଚ୍ଛେଦ ମାମଲା।
Special report
ଏକତ୍ର ରହିବା ନେଇ ବର୍ଷା କରିଥିବା ଆବେଦନ ମଧ୍ୟ ଅଗ୍ରାହ୍ୟ। ଅନୁଭବଙ୍କ ଓକିଲ ଲଳିତ ମିଶ୍ରଙ୍କ ସୂଚନା। ବହୁଚର୍ଚ୍ଚିତ ସାଂସଦ ସୁପରଷ୍ଟାର ଅନୁଭବ ଓ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲାରେ ପରିବାର ଅଦାଲତରେ ମାମଲା ଶେଷ ହୋଇଛି। 
Special report
ଅକ୍ଟୋବର ୩୦ ସୁଦ୍ଧା ମାମଲା ଶେଷ କରି ରାୟ ଦେବାକୁ ଓଡିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ରହିଥିଲା। ହାଇକୋର୍ଟର ତତ୍କାଳୀନ ମୁଖ୍ୟ ବିଚାରପତି ଡ଼କ୍ଟର ଜଷ୍ଟିସ ଏସ ମୁରଲୀଧର ସୁପରଷ୍ଟାର ଅନୁଭଵ ମହାନ୍ତିଙ୍କ ଦ୍ଵାରା ଆଗତ ଏକ ଟ୍ରାନ୍ସଫର ପିଟିସନର ଶୁଣାଣି କରି ତିନି ମାସ ମଧ୍ୟରେ କଟକ ପରିବାର ଅଦାଲତ ଏହି ମାମଲାର ଶୁଣାଣି ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ବର୍ଷା ପ୍ରିୟଦର୍ଶିନୀଙ୍କ ଜେରା ପ୍ରକ୍ରିୟାକୁ ଜୁଲାଇ ୩୧ ତାରିଖ ସୁଦ୍ଧା ଏହି ଜେରା ପ୍ରକ୍ରିୟା ଶେଷ କରିବାକୁ ନିର୍ଦ୍ଦେଶ ମଧ୍ୟ ଦେଇଥିଲେ। ଏହାପରେ ୪ ସପ୍ତାହ ମଧ୍ୟରେ ଜବାବ ସୁଆଲ ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ। 
Special report
ଏହାସହିତ ୩ ମାସ ମଧ୍ୟରେ ଏହି ପାରିବାରିକ ବିବାଦର ଶୁଣାଣି ଶେଷ କରି ପରିବାର ଅଦାଲତ ରାୟ ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲେ ହାଇକୋର୍ଟ। ଏହି ପାରିବାରିକ ବିବାଦର ମୂଳ ମାମଲା ଅନୁଭଵ ମହାନ୍ତିଙ୍କ ଦ୍ଵାରା ଦିଲ୍ଲୀର ପଟିଆଲା ହାଉସ ପରିବାର ଅଦାଲତରେ ୨୦୨୦ ଜୁଲାଇ ୬ ତାରିଖରେ ରୁଜ୍ଜୁ ହୋଇଥିଲା।
ଏହାପରେ ଏହି ମାମଲାକୁ କଟକ ପରିବାର ଅଦାଲତକୁ ସ୍ଥାନାନ୍ତରିତ କରିବା ପାଇଁ ବର୍ଷା ପ୍ରିୟଦର୍ଶିନୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ୨୦୨୧ ମାର୍ଚ୍ଚ ୫ ତାରିଖରେ ଏହି ମାମଲାକୁ କଟକ ପରିବାର ଅଦାଲତକୁ ସ୍ଥାନାନ୍ତରିତ କରିଥିଲେ ସୁପ୍ରିମକୋର୍ଟ। 
କଟକ ପରିବାର ଅଦାଲତଙ୍କ ନିର୍ଦ୍ଦେଶ କ୍ରମେ ୨୦୨୧ ଏପ୍ରିଲ ୫ ତାରିଖରେ ପ୍ରଥମ ଥର ପାଇଁ ଉଭୟ କଟକ ପରିବାର ଅଦାଲତରେ ହାଜର ହୋଇଥିଲେ। ସେବେଠାରୁ ଉଭୟ ଉଭୟଙ୍କ ନାମରେ ଅନେକ ମକଦ୍ଦମା ବିଭିନ୍ନ କୋର୍ଟରେ ରୁଜ୍ଜୁ କରିଛନ୍ତି।
ଅନ୍ୟପଟରେ କଟକ ପରିବାର ଅଦାଲତରେ ମାମଲାର ତ୍ୱରିତ ଶୁଣାଣି ହେଉ ନ ଥିବା ଦର୍ଶାଇ ମାମଲାକୁ ଭୁବନେଶ୍ୱର ପରିବାର ଅଦାଲତକୁ ସ୍ଥାନାନ୍ତର କରିବା ପାଇଁ ଅନୁଭବ ମହାନ୍ତି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟ ଏହି ମାମଲାର ଶୁଣାଣି କରି କଟକ ପରିବାର ଅଦାଲତ ତିନି ମାସ ମଧ୍ୟରେ ମାମଲାର ଶୁଣାଣି ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ।

Advertisement